ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଆଉ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୪୫୧୨ କୁ ବୃଦ୍ଧି

ଓଡିଶା ବଡ ଖବର

#ଆଉ_୧୭୪_କରୋନା_ଆକ୍ରାନ୍ତ_ଚିହ୍ନଟ                ଭୁବନେଶ୍ୱର    : ରାଜ୍ୟରେ ଆଜି ଆଉ ୧୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ସଂଖ୍ୟା ୪୫୧୨ କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । ଆଜି ଚିହ୍ନଟ ହୋଇଥିବା ୧୭୪ ଜଣଙ୍କ ମଧ୍ୟରୁ ୧୪୬ ଜଣ ସଂଗରୋଧ କେନ୍ଦ୍ରରୁ ହୋଇଥିବା ବେଳେ ୨୮ ଜଣ ସ୍ଥାନୀୟ ଲୋକ ବୋଲି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି । କରୋନା ପଜିଟିଭ ମାମଲା ସାମନାକୁ ଆସିବା ପରେ ଏହି ବାବଦରେ କଂଟାକ୍ଟ ଟ୍ରେସିଂ ଓ ଅନ୍ୟ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରା ଯାଉଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ପ୍ରକାଶ କରା ଯାଇଛି । ଆଜି ଚିହ୍ନଟ ହୋଇଥିବା କୋରୋନା ଆକ୍ରାନ୍ତ ମାନେ ମୋଟ ୧୮ ଟି ଜିଲ୍ଲାର ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।
ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଦିଆ ଯାଇଥିବା ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାରୁ ୫ ଜଣ, ଯାଜପୁର ଜିଲ୍ଲାରୁ ୯ ଜଣ, ନବରଂଗପୁର ଜିଲ୍ଲାରୁ ୭ ଜଣ, ଖୋର୍ଧା ଜିଲ୍ଲାରୁ ୧୦ ଜଣ ଓ କୋରାପୁଟ ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସେହିପରି ମାଲକାନଗିରି ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୩୪ ଜଣ, କଳାହାଣ୍ଡି ଜିଲ୍ଲାରୁ ୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅନୁରୂପ ଭାବେ ନୂଆପଡା ଜିଲ୍ଲାରୁ ଜଣେ, କନ୍ଧମାଳ ଜିଲ୍ଲାରୁ ୩ ଜଣ, ଭଦ୍ରକ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୫୬ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, ପୁରୀ ଜିଲ୍ଲାରୁ ୧୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୭ ଜଣ, ବରଗଡ ଜିଲ୍ଲାରୁ ୪ ଜଣ ଓ ବଲାଙ୍ଗିର ଜିଲ୍ଲାରୁ ଜଣେ ଆକ୍ରାନ୍ତ ଚିହ୍ମଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି ।