ଆଜିଠୁ ୨୦ ଲକ୍ଷ ଲୋକଙ୍କୁ ପକ୍କାଘର ପାଇଁ ମିଳିବ ଯୋଗ୍ୟତା କାର୍ଡ

ଓଡିଶା ବଡ ଖବର

#୨୦_ଲକ୍ଷ_ଲୋକଙ୍କୁ_ପକ୍କାଘର_ପାଇଁ_ମିଳିବ_ଯୋଗ୍ୟତା_କାର୍ଡ     ଭୁବନେଶ୍ବର : ରାଜ୍ୟର ୨୦ଲକ୍ଷ ଲୋକଙ୍କୁ ରାଜ୍ୟ ସରକାର ପକ୍କାଘର ଯୋଗାଇଦେବେ। ଏଥିପାଇଁ ଗୁରବାର ଠାରୁ ସେମାନଙ୍କୁ ଯୋଗ୍ୟତା କାର୍ଡ ବଣ୍ଟନ କରାଯିବ । ପଚାଂୟତିରାଜ ଦିବସରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି କାର୍ଡ ବଣ୍ଟନ ଯୋଜନାର ଶୁଭାରମ୍ଭ କରିବେ ଏବଂ ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ।

ପ୍ରତ୍ୟେକ କ୍ୟାମ୍ପ ଆୟୋଜନ ଲାଗି ରାଜ୍ୟ ସରକାର ୨୦ହଜାର ଟଙ୍କା କରି ବ୍ୟବସ୍ଥା କରିଛନ୍ତି। ଉଲ୍ଲେଖନୀୟ ରାଜ୍ୟରେ ଘର ପାଇବାକୁ ଥିବା ପ୍ରାୟ ୨୦ଲକ୍ଷ ହିତାଧିକାରୀଙ୍କୁ ପକ୍କାଘର ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱ ଦେବାପରେ ବିଭାଗ ପକ୍ଷରୁ ଏ ନେଇ କାର୍ଯ୍ୟ ଆରମ୍ଭ ହୋଇଛି। ସେଥିପାଇଁ ଯୋଗ୍ୟ ହିତାଧିକାରୀମାନଙ୍କୁ ଚିହ୍ନଟ କରି ଯୋଗ୍ୟତା କାର୍ଡ ପ୍ରଦାନ ଲାଗି ସ୍ଥିର ହୋଇଛି। ବିଡିଓମାନେ ରାଜ୍ୟ ସରକାରୀ ୱେବସାଇଟ୍‌ରୁ କାର୍ଡଗୁଡ଼ିକ ଡାଉନଲୋଡ୍ କରିବା ସହିତ ଏଥିରେ ହୋଲୋଗ୍ରାମ ଲଗାଇ ହିତାଧିକାରୀମାନଙ୍କୁ ଦେବାର ବ୍ୟବସ୍ଥା କରିବେ। ଏହି କାର୍ଡ ବିଭାଗ ପକ୍ଷରୁ

ଡିଆରଡିଏ ମାଧ୍ୟମରେ ବିଡିଓମାନଙ୍କୁ ପ୍ରଦାନ କରାଯାଇଛି। ହିତାଧିକାରୀମାନେ ଯେଭଳି ସୁରୁଖୁରୁରେ କାର୍ଡ ପାଇବେ ସେଥିପାଇଁ ପଞ୍ଚାୟତ ସ୍ତରରେ ବ୍ୟାପକ ପ୍ରଚାର ପ୍ରସାର ଲାଗି ନିର୍ଦ୍ଦେଶ ଦିଆଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଜେନା ସୂଚନା ଦେଇଛନ୍ତି।