ଓଡିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକଙ୍କ ପାଇଁ ଖୋଲିଲା ହେଲପ୍ ଲାଇନ୍ ନମ୍ବର

ଓଡିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକଙ୍କ ପାଇଁ ଖୋଲିଲା ହେଲପ୍ ଲାଇନ୍ ନମ୍ବର

ଓଡିଶା ବଡ ଖବର

 #ଅନ୍ୟ_ରାଜ୍ୟର_ଲୋକଙ୍କ_ପାଇଁ_ଖୋଲିଲା_ହେଲପ୍_ଲାଇନ୍_ନମ୍ବର       ଭୁବନେଶ୍ୱର   :  ବାହାର ରାଜ୍ୟଗୁଡ଼ିକରେ ରହିଯାଇଥିବା ଓଡ଼ିଆମାନଙ୍କ ସମସ୍ୟା ସଂପର୍କରେ ଅବଗତ ହେବା ପାଇଁ ଗୃହ ବିଭାଗ ପକ୍ଷରୁ ହେଲପ୍ଲାଇନ୍ ନଂ-୦୬୭୪-୨୩୯୨୧୧୫ ଓ ମୋବାଇଲ୍ ହ୍ୱାଟସ୍ଆପ୍ ନଂ-୯୪୩୮୯୧୫୯୮୬ କାର୍ଯ୍ୟ କରୁଛି । ଏଥିରେ ଯୋଗାଯୋଗ କରିବା ପାଇଁ ବାହାର ରାଜ୍ୟରେ ଥିବା ଓଡ଼ିଆମାନଙ୍କୁ ଅନୁରୋଧ କରାଯାଇଛି ବୋଲି ସୁବ୍ରତ ବାଗଚୀ ସୂଚନା ଦେଇଛନ୍ତି ।
ସେହିପରି ଓଡ଼ିଶାରେ ଅଟକି ରହିଥିବା ଅନ୍ୟ ରାଜ୍ୟର ଲୋକମାନଙ୍କ ନିମନ୍ତେ ଓଡ଼ିଶା ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟଳୟରେ ଏକ ହେଲପଲାଇନ୍ ଖୋଲାଯାଇଛି । ଏହାର ନମ୍ବର: ୧୮୦୦୩୪୫୬୭୦୩ । ଅନ୍ୟ ରାଜ୍ୟର ଆବାସିକ କମିଶନରମାନଙ୍କ ସହିତ ଯୋଗାଯୋଗ ରକ୍ଷା କରିବା ପାଇଁ ଓଡ଼ିଶାର ଆବାସିକ କମିଶନରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ରାଜ୍ୟ ଶ୍ରମ ବିଭାଗ ପକ୍ଷରୁ ଇତି ମଧ୍ୟରେ ଓଡ଼ିଶାରେ ଅଟକି ରହିଥିବା ବାହାର ରାଜ୍ୟର ୯୦୦୦ ଶ୍ରମଜୀବୀଙ୍କ ସହିତ ଯୋଗାଯୋଗ ସ୍ଥାପନ କରାଯାଇଛି । ସେମାନେ ବିହାର, ପଶ୍ଚିମବଙ୍ଗ, ଛତିଶଗଡ଼, ରାଜସ୍ଥାନ ଓ ଉତ୍ତର ପ୍ରଦେଶ ଇତ୍ୟାଦି ରାଜ୍ୟରୁ ଆସିଛନ୍ତି । ସେମାନଙ୍କୁ ଖାଦ୍ୟପେୟ, ରହଣି ଓ ଆବଶ୍ୟକ ସ୍ଥଳେ ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯାଇଛି । ଏ ପ୍ରସଙ୍ଗରେ ମଧ୍ୟ ଅନ୍ୟ ରାଜ୍ୟର ଆବାସିକ କମିଶନରମାନଙ୍କୁ ଅବଗତ କରାଯାଇଛି ବୋଲି ସେ କହିଛନ୍ତି ।