କରୋନା ନେଲା ନବମ ମୁଣ୍ଡ, ମୃତକ ଗଞ୍ଜାମ ଜିଲ୍ଲାର

କରୋନା ନେଲା ନବମ ମୁଣ୍ଡ, ମୃତକ ଗଞ୍ଜାମ ଜିଲ୍ଲାର

ଓଡିଶା ବଡ ଖବର

#କରୋନା_ନେଲା_ନବମ_ମୁଣ୍ଡ          ଭୁବନେଶ୍ବର : ରାଜ୍ୟରେ କରୋନା ନେଲା ନବମ ମୁଣ୍ଡ ।  ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି ପାଇଛି। ଏହି ମୃତକ ଜଣକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ସେ ଜଣେ ୫୫ ବର୍ଷିୟ ବ୍ୟକ୍ତି ବୋଲି ବି ସ୍ବାସ୍ଥ୍ୟ ବିଭାଗ ସ୍ପଷ୍ଟ କରିଛି । କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ସେ ଯକ୍ଷ୍ମା ରୋଗରେ ପୀଡ଼ିତ ଥିଲେ। ଏହାଛଡ଼ା ତାଙ୍କର ଅନ୍ୟ ରୋଗ ବି ଥିଲା ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା  ଦିଆଯାଇଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ଦୁଇ ପୀଡ଼ିତଙ୍କର ବି ମୃତ୍ୟୁ ଘଟିଛି ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।