କରୋନା : ୩ ମାସର ଦରମା ଦାନ କଲେ ମୁଖ୍ୟମନ୍ତ୍ରୀ

ଓଡିଶା ବଡ ଖବର ରାଜ୍ୟ

#୩_ମାସର_ଦରମା_ଦାନ_କଲେ_ମୁଖ୍ୟମନ୍ତ୍ରୀ    ଭୁବନେଶ୍ବର : କରୋନା ମହାମାରୀକୁ ମୁକାବିଲା କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜର ୩ ମାସର ଦରମା ମୁଖ୍ୟମନ୍ତ୍ରୀ ରିଲିଫ ଫଣ୍ଡକୁ ଦାନ କରିଛନ୍ତି। ସୋମବାର ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ ମୁଖ୍ୟମନ୍ତ୍ରୀ ଏହି ବିପର୍ଯ୍ୟୟ ପରିସ୍ଥିତିରେ ନିଜର ୩ ମାସର ଦରମାକୁ  ମୁଖ୍ୟମନ୍ତୀ ରିଲିଫ ଫଣ୍ଡକୁ ଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କୋଭିଡ୍ -୧୯ ସମଗ୍ର ବିଶ୍ୱ ପାଇଁ ଏକ ବିରାଟ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଏଭଳି ପରିସ୍ଥିତିରେ ପର୍ଯ୍ୟାପ୍ତ ପରିମାଣର ପାଣ୍ଠିର ଆବଶ୍ୟକତା ରହିଛି। ଏହାକୁ ଦୃଷ୍ଟିରେ ରଖି ଜନସାଧାରଣ ମଧ୍ୟ ମୁଖ୍ୟମନ୍ତ୍ରୀ ରିଲିଫ ପଣ୍ଡକୁ ଦାନ କରିବାକୁ ଅପିଲ କରିଛନ୍ତି ନବୀନ ପଟ୍ଟନାୟକ।

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସୂଚନା ଅନୁସାରେ ରାଜ୍ୟ ବିପର୍ଯ୍ୟୟ ଘୋଷଣା କରାଯାଇଥିବା କରୋନା ପାଇଁ ବର୍ତ୍ତମାନ ପରିସ୍ଥିତିରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସ୍ବତନ୍ତ୍ର ଭାବେ ‘କୋଭିଡ-୧୯ ଫଣ୍ଡ’ ଭାବେ ଉଲ୍ଲେଖ କରାଯିବ। ପ୍ରଭାବିତ ଲୋକମାନଙ୍କୁ ମାନବିକତା ଦୃଷ୍ଟିରୁ ସହଯୋଗ ନିମନ୍ତେ ସମସ୍ତେ ‘କୋଭିଡ-୧୯ ଫଣ୍ଡ’କୁ ସହୃଦୟତାର ସହ ଦାନ କରିବା ପାଇଁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି।