କାଳବୈଶାଖୀ ସମ୍ଭାବନା : ୯ ଜିଲ୍ଲାକୁ ଅରେଞ୍ଜ ,୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କାଳବୈଶାଖୀ ସମ୍ଭାବନା : ୯ ଜିଲ୍ଲାକୁ ଅରେଞ୍ଜ ,୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଓଡିଶା ବଡ ଖବର

#୯_ଜିଲ୍ଲାରେ_ଅରେଞ୍ଜ_୧୫_ଜିଲ୍ଲାରେ_ ୟେଲୋ_ୱାର୍ଣ୍ଣିଂ_ଜାରି              ଭୁବନେଶ୍ୱର :  ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତର ଓଡ଼ିଶାର ବହୁ ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି । କାଳବୈଶାଖୀ ପ୍ରଭାବରେ ଘୂର୍ଣ୍ଣିଝଡ଼ ସହ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ଏବଂ ପ୍ରବଳ ବେଗରେ ପବନ ବୋହିପାରେ । ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୯ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ରାଜ୍ୟର ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଙ୍କୋନାଳ, କଟକ ଓ ଭଦ୍ରକ ପ୍ରମୁଖ ୯ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୯ଟି ଜିଲ୍ଲାରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହୋଇପାରେ । ଏହି ସମୟରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ମଧ୍ୟ ସମ୍ଭାବନା ରହିଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।
ସେହିପରି ରାଜ୍ୟର ସୁନ୍ଦରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, ବଲାଙ୍ଗୀର , କୋରାପୁଟ , ଗଜପତି , ଗଞ୍ଜାମ , ନୟାଗଡ , ଖୋର୍ଦ୍ଧା , କଟକ , ଜଗତସିଂହପୁର ଓ କେନ୍ଦ୍ରାପଡା ପ୍ରମୁଖ ୧୫ ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହ କାଳବୈଶାଖୀ ଜନିତ ଘୂର୍ଣ୍ଣିଝଡ଼ ହବ । ଏହି ସମୟ ମଧ୍ୟରେ ଏହି ସବୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ପବନର ସମ୍ଭାବନା ରହିଛି ବୋଲି ଜାରି ସତର୍କ ସୂଚନାରେ କୁହାଯାଇଛି ।
ଆସନ୍ତା ୧୦ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିବ ବୋଲି ପାଣିପାଗ ବିଭାଗ କହିଛି ।