#ଡାକ୍ତର_ଓ_ସ୍ୱାସ୍ଥ୍ୟକର୍ମୀଙ୍କ_ପାଇଁ_କରୋନା_ଭତ୍ତା ଭୁବନେଶ୍ୱର : ସାରା ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲ, କୋଭିଡ ସ୍ୱାସ୍ଥ୍ୟ କେନ୍ଦ୍ର କିମ୍ବା କୋଭିଡ କେୟାର କେନ୍ଦ୍ରରେ କାମ କରୁଥିବା ଡାକ୍ତର, ପାରା ମେଡିକାଲ କର୍ମଚାରୀ ଓ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନଙ୍କ ପାଇଁ ଦୈନିକ ପ୍ରୋତ୍ସାହନ ରାଶି ଘୋଷଣା କରାଯାଇଛି । ଏସମ୍ପର୍କରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ଜାରି କରାଯାଇଛି । କୋଭିଡ ରୋଗୀଙ୍କୁ ଚିକିତ୍ସା କରୁଥିବା ଦିନ ମାନଙ୍କରେ ଡାକ୍ତରମାନେ ଦୈନିକ ୧୦୦୦ ଟଙ୍କା, ପାରାମାଡିକାଲ କର୍ମଚାରୀ ମାନେ ଦୈନିକ ୫୦୦ ଟଙ୍କା ଏବଂ ଚତୁର୍ଥ ଶ୍ରେଣୀ କର୍ମଚାରୀ ମାନେ ଦୈନିକ ୨୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ ।
ସେହିପରି ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷଣ କରୁଥିବା ଆଶାକର୍ମୀ ମାନେ ୨୦୨୦ ଜୁଲାଇ ମାସରୁ ଅକ୍ଟୋବର ମାସ ପର୍ଯ୍ୟନ୍ତ ସର୍ଭେ ଓ ସ୍ୱତନ୍ତ୍ର ସର୍ଭେ ପାଇଁ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ ।
ଘରକୁ ଘର ବୁଲି ସ୍ୱାସ୍ଥ୍ୟ ପର୍ଯ୍ୟବେକ୍ଷଣ କରୁଥିବା ତଥା ସ୍ୱତନ୍ତ୍ର ସର୍ଭେ କରୁଥିବା ଅଙ୍ଗନବାଡି କର୍ମୀମାନେ ଏହି ସର୍ଭେ ସମୟ ମଧ୍ୟରେ ମାସକୁ ୧୦୦୦ ଟଙ୍କା ପ୍ରୋତ୍ସାହନ ରାଶି ପାଇବେ ।