ପୁଣି ସୁସ୍ଥ ହେଲେ ୩୧, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୧୬

ପୁଣି ସୁସ୍ଥ ହେଲେ ୩୧, ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ହେଲା ୧୧୬

ଓଡିଶା ବଡ ଖବର

#ପୁଣି_ସୁସ୍ଥ_ହେଲେ_୩୧        ଭୁବନେଶ୍ୱର: ରାଜ୍ୟର ୩୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମସ୍ତେ ଯାଜପୁର ଜିଲ୍ଲାର ବୋଲି ଜଣାଯାଇଛି । ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏଥି ସହ ରାଜ୍ୟରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି ।

ଯାଜପୁର ଜିଲ୍ଲାରେ ଏଯାଏଁ ମୋଟ ୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିରୁ ୩୩ ଜଣ ସୁସ୍ଥ ହୋଇଥିବା ବେଳେ ଆହୁରି ୩୧ ଜଣ ଆକ୍ରାନ୍ତ ଚିକିତ୍ସାଧୀନ ଅଛନ୍ତି ।

ରାଜ୍ୟରେ ରାତି ୧୨ଟା ସୁଦ୍ଧା ୬୮ ହଜାର ୫୭ଟି ନମୁନା ପରୀକ୍ଷା ହୋଇଛି । ଆଜି ମଧ୍ୟାହ୍ନ ସାଢ଼େ ୧୨ଟା ସୁଦ୍ଧା ୪୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୧୬ ଜଣ ସୁସ୍ଥ ହୋଇଥିବା ବେଳେ ୩୧୮ ଜଣ ଚିକିତ୍ସାଧୀନ ଅଛନ୍ତି । ତିନି ଜଣ ବ୍ୟକ୍ତି ଜୀବନ ହରାଇଛନ୍ତି ।