#ପ୍ରବାସୀ_ମାନେ_ନିୟମ_ଉଲ୍ଲଂଘନ_କଲେ_ନିଆଯିବ_କଠୋର_କାର୍ଯ୍ୟାନୁଷ୍ଠାନ 

ପ୍ରବାସୀ ମାନେ ନିୟମ ଉଲ୍ଲଂଘନ କଲେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ

ଓଡିଶା ବଡ ଖବର

#ପ୍ରବାସୀ_ମାନେ_ନିୟମ_ଉଲ୍ଲଂଘନ_କଲେ_ନିଆଯିବ_କଠୋର_କାର୍ଯ୍ୟାନୁଷ୍ଠାନ         ଭୁବନେଶ୍ୱର : ରାଜ୍ୟକୁ ଆସୁଥିବା ପ୍ରବାସୀ ଓଡିଆଙ୍କୁ  କଡ଼ା ଚେତାବନୀ ଦେଇଛନ୍ତି  ମୁଖ୍ୟମନ୍ତ୍ରୀ ।  ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତିଯେ,ବାହାର ରାଜ୍ୟରୁ ଆସୁଥିବା ଓଡ଼ିଆମାନେ ନିଜ ତଥା ନିଜ ପରିବାରର ଜୀବନ ସୁରକ୍ଷା ପାଇଁ କ୍ୱାରେଣ୍ଟାଇନରେ ରହିବା ସହ ସରକାରଙ୍କ ସମସ୍ତ ନିୟମ  ପାଳନ କରନ୍ତୁ।  ନିୟମ ଉଲ୍ଲଂଘନ କଲେ ତୁରନ୍ତ ସରପଞ୍ଚମାନେ ପ୍ରଶାସନକୁ ଅବଗତ କରାଇବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସେ କହିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ ପ୍ରତ୍ୟାବର୍ତ୍ତନ ସହ କ୍ୱାରେଣ୍ଟାଇନର ବ୍ୟବସ୍ଥା ହୋଇଛି। ବର୍ତ୍ତମାନ ଓଡ଼ିଶା ଭଲ ସ୍ଥିତିରେ ଅଛି। ଏଥିପାଇଁ ଲକ୍ଷ ଲକ୍ଷ ଲୋକ ଦିନରାତି ନିରନ୍ତର କାର୍ଯ୍ୟ କରୁଛନ୍ତି। ବହୁ ଓଡ଼ିଆ ନିଜ କର୍ମରୁ ଊର୍ଦ୍ଧ୍ୱକୁ ଯାଇ ତ୍ୟାଗ ମନୋଭାବ ନେଇ ଏହି ଅଭୂତପୂର୍ବ ପରିସ୍ଥିତିକୁ ସାମ୍ନା କରୁଛନ୍ତି। ଯେଉଁମାନେ ଓଡ଼ିଶା ଫେରୁଛନ୍ତି ସେମାନେ ମଧ୍ୟ ସେହି ତ୍ୟାଗ ସହ ନିଜ ଉତ୍ତରଦାୟିତ୍ୱ ନିର୍ବାହ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।