ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ରାଷ୍ଟ୍ରପତି

ବାତ୍ୟା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ରାଷ୍ଟ୍ରପତି

ଓଡିଶା ବଡ ଖବର

#ରାଜ୍ୟପାଳ_ଓ_ମୁଖ୍ୟମନ୍ତ୍ରୀଙ୍କ_ସହ_ଆଲୋଚନା_କଲେ_ରାଷ୍ଟ୍ରପତି                  ଭୁବନେଶ୍ୱର  : ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡିଶାରେ ବାତ୍ୟା ଅମ୍ଫାନ୍ ଯୋଗୁଁ ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି । ବାତ୍ୟା ଜନିତ କ୍ଷୟକ୍ଷତି ଏବଂ ଲୋକଙ୍କ ସୁରକ୍ଷା ପାଇଁ ରାଷ୍ଟ୍ରପତି  ଚିନ୍ତା ପ୍ରକଟ କରିଛନ୍ତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଓଡିଆରେ ଟୁଇଟ୍ କରି ସୂଚନା ଦିଆଯାଇଛି । ଏହା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟୁଇଟ୍ କରି ରାଷ୍ଟ୍ରପତିଙ୍କୁ ଧନ୍ୟବାଦ ଜଣାଇଛନ୍ତି ।
ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ କରାଯାଇଥିବା ଟୁଇଟ୍ ରେ ରାଷ୍ଟ୍ରପତି ଉଲ୍ଲେଖ କରିଛନ୍ତି ଯେ “ ମୁଁ ଆଜି ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ କଥା ହେଲି ଏବଂ ଘୂର୍ଣ୍ଣିଝଡ ଅମ୍ଫନ ଯୋଗୁ ହୋଇଥିବା କ୍ଷୟକ୍ଷତି ପରିପ୍ରେକ୍ଷୀରେ ଲୋକମାନଙ୍କ ସୁରକ୍ଷା ବିଷୟରେ ମୋର ଚିନ୍ତା ପ୍ରକଟ କଲି ।” “ମୁଁ ସେମାନଙ୍କୁ ଆଶ୍ୱାସନା ଦେଲି ଯେ, ଏହି ସଙ୍କଟ କାଳରେ ପ୍ରଭାବିତ ଲୋକମାନଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ଯୋଗାଇଦେବା ଲାଗି ଦେଶ ଏକାଠି ହୋଇଛି । ମୁଁ ପ୍ରାର୍ଥନା କରୁଛି ଓ ମୋର ବିଶ୍ୱାସ ରହିଛି ଯେ, ଏହି ଅଞ୍ଚଳ ବିପତିରୁ ଖୁବଶୀଘ୍ର ଦୃଢତାର ସହିତ ମୁକୁଳିବ ।