ମାତ୍ର ୧୦ ପ୍ରତିଶତ ଲୋକଙ୍କ ଭୁଲ ଯୋଗୁ ସମସ୍ୟା ୧୦୦ ଗୁଣ ବଢିପାରେ

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଅନ୍ୟ ରାଜ୍ୟରୁ ଫେରୁଥିବା ଶ୍ରମିକ ଯେମିତି ଭୋକରେ ନରହିବେ ସେଥିପ୍ରତି ଦୃଷ୍ଟି ଦିଅ

ଓଡିଶା ବଡ ଖବର

#ଜିଲ୍ଲା_ପର୍ଯ୍ୟବେକ୍ଷକମାନଙ୍କ_ସହ_ମୁଖ୍ୟମନ୍ତ୍ରୀଙ୍କ_ଆଲୋଚନା         ଭୁବନେଶ୍ୱର  :  ଓଡିଶାକୁ ଫେରୁଥିବା ଶ୍ରମିକମାନେ ଯେପରି ଖାଦ୍ୟ ସୁରକ୍ଷା ଯୋଜନାରୁୁୁୁୁୁୁୁୁୁୁ ବଞ୍ଚିତ ନହୁଅନ୍ତି ସେଥିପ୍ରତି ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପର୍ଯ୍ୟବେକ୍ଷକମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ରାସନ୍ କାର୍ଡ ଥାଉ ବା ନଥାଉ , ସମ୍ପୃକ୍ତ ଶ୍ରମିକ ଓ ତାଙ୍କ ପରିବାର ଯେପରି ରାସନ୍ ପାଇବାରୁ ବଞ୍ଚିତ ନହୁଅନ୍ତି ତା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଛନ୍ତି । ସେହିପରି ଏନଆରଇଜିଏସ୍ କୁ ଲକ୍ଷଭିତ୍ତିକ କରିବା ସହ ଏହା ଜରିଆରେ ବର୍ତ୍ତମାନ ସୃଷ୍ଟି ହେଉଥିବା ୫ ଲକ୍ଷ ମାନବ ଦିବସକୁ ଦୁଇଗୁଣ କରି ଆଗାମୀ ସପ୍ତାହ ସୁଦ୍ଧା ଦୈନିକ ୧୦ ଲକ୍ଷ ମାନବ ଦିବସକୁବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହା ବ୍ୟତିତ ଜଙ୍ଗଲବିଭାଗ ତୁରନ୍ତ ଶ୍ରମଭିତ୍ତିକ କାର୍ଯ୍ୟ ଆରମ୍ଭ କରିବା ସହିତ କେନ୍ଦୁପତ୍ର କର୍ମଚାରୀ ମାନଙ୍କ ଜୀବନଜୀବିକା ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ମଙ୍ଗଳବାର ଦିନ ଭିଡିଓ କନଫରେନ୍ସିଂ ଜରିଆରେ କୋଭିଡ୍ ୧୯ ନିୟନ୍ତ୍ରଣ ପାଇଁ ବିଭିନ୍ନ ଜିଲ୍ଲାର ପର୍ଯ୍ୟବକ୍ଷକ ଦାୟିତ୍ୱରେ ଥିବା ବରିଷ୍ଠ ଅଧିକାରୀମାନଙ୍କ ସହିତ ଆଲୋଚନା କରିଥିଲେ । ଆଗାମୀ ୮-୧୦ ଦିନର ଦୃଶ୍ୟପଟକୁ ସାମ୍ନାରେ ରଖି ପରିସ୍ଥିତିର ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଗ୍ରାମପଞ୍ଚାୟତ ସ୍ତରରେ ଏଥିପାଇଁ ଅଧିକ ସୁବିଧା ସୁଯୋଗର ବିକାଶ ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ।
ଓଡିଶା ଫେରିବାକୁ ଥିବା ଶ୍ରମିକ ମାନଙ୍କ ନିମନ୍ତେ ଗ୍ରାମପଞ୍ଚାୟତ ସ୍ତରରେ କ୍ୱାରେଣ୍ଟାଇନ୍ ତଥା ଅନ୍ୟାନ୍ୟ ସୁବିଧାକୁ ପ୍ରାଥମିକତା ଦେବାପାଇଁ ପର୍ଯ୍ୟବେକ୍ଷକମାନଙ୍କୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଆଗାମୀ ଦିନରେ ରାଜ୍ୟ ବାହାରୁ ଅନେକ ଶ୍ରମିକ ଫେରିବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଯେପରି ବହୁ ପରିମାଣରେ ନମୂନା ଶୀଘ୍ର ପରୀକ୍ଷା କରାଯାଇ ପାରିବ ସେ ଦିଗରେ ପଦକ୍ଷେପ ନେବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ସେଥିପାଇଁ ଆଇସିଏମଆର ଦ୍ୱାରା ସ୍ୱୀକୃତିପ୍ରାପ୍ତ ଘରୋଇ ପରୀକ୍ଷାଗାର ବ୍ୟବହାର କରିବା ଏବଂ ନମୂନା ପରୀକ୍ଷଣକୁ ୧୫ ହଜାରକୁ ବୃଦ୍ଧି କରିବାପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।
ଏହି ଆଲୋଚନାରେ ମୁଖ୍ୟ ଶାସନ ସଚିବ ଅସୀତ୍ ତ୍ରିପାଠୀ , ଉନ୍ନୟନ କମିଶନର ସୁରେଶ ମହାପାତ୍ର , ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ , ସ୍ୱାସ୍ଥ୍ୟ ବିଭାଗ ଦାୟିତ୍ୱରେ ଥିବା କୃଷି ଉତ୍ପାଦନ କମିଶନର , ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଏବଂ ବିଭିନ୍ନ ଜିଲ୍ଲା ଦାୟିତ୍ୱରେ ଥିବା ପର୍ଯ୍ୟବେକ୍ଷକମାନେ ଉପସ୍ଥିତ ଥିଲେ ।