ଓଡ଼ିଶା, ଆନ୍ଧ୍ର‌ପ୍ରଦେଶ,ବିହାର ଓ ଗୋଆରେ ପ୍ରବଳ ବର୍ଷା

୧୯ରେ ବଙ୍ଗୋପସାଗରରେ ଲଘୁଚାପ

ଓଡିଶା ବଡ ଖବର

#୧୯ରେ_ବଙ୍ଗୋପସାଗରରେ_ଲଘୁଚାପ        ଭୁବନେଶ୍ୱର  :  ଆସନ୍ତା ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭବନା ରହିଛି । ସେ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି ।

ସେହିପରି ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଓ ତତ୍ସଂଲଗ୍ନ ଅଂଚଳ ଉପରେ ଥିବା ଘୂର୍ଣ୍ଣିବଳୟ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାର୍ଶ୍ୱବର୍ତୀ ଅଂଚଳ ଉପରେ ରହିବା ସହ ଦକ୍ଷିଣ ପୂର୍ବ ଉତରପ୍ରଦେଶ ଏବଂ ପାର୍ଶ୍ୱବର୍ତ୍ତି ଅଂଚଳ ପର୍ଯ୍ୟନ୍ତ ସମୁଦ୍ର ପତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ-ପଶ୍ଚିମ ଦିଗକୁ ବିସ୍ତୃତ ହୋଇଛି ।

ଅନ୍ୟପକ୍ଷରେ ଆସନ୍ତା ୨୪ ଘଂଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, କୋରାପୁଟ, ଜଗତସିଂହପୁର, ପୁରୀ, କଟକ, ମୟୂରଭଞ୍ଜ, କେନ୍ଦ୍ରାପଡା, ଯାଜପୁର ଏବଂ ବରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

ଏଥିସହ ୧୬ ତାରିଖ ଦିନ କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ସୋନପୁର, ସମ୍ବଲପୁର ଓ କେନ୍ଦୁଝର ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ୧୭ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, ସମ୍ବଲପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ୧୮ ତାରିଖ ଦିନ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼, ସମ୍ବଲପୁର ଓ ଅନୁଗୁଳରେ ପ୍ରବଳ ବର୍ଷା ଏବଂ ୧୯ ତାରଖ ଦିନ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ସୋନପୁର ଓ ଢେଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।