୩ ଦିନ ଯାଏଁ ପ୍ରବଳ ବର୍ଷିବ

୩ ଦିନ ଯାଏଁ ପ୍ରବଳ ବର୍ଷିବ

ଓଡିଶା ବଡ ଖବର

#୩_ଦିନ_ଯାଏଁ_ପ୍ରବଳ_ବର୍ଷିବ           ଭୁବନେଶ୍ୱର     : ରାଜ୍ୟରେ ସକ୍ରିୟ ମୌସୁମୀ ପ୍ରଭାବରେ ଅଧିକାଂଶ ଜିଲ୍ଲାରେ ବର୍ଷାରେ ଲାଗି ରହିଛି । ଆସନ୍ତା ୩ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
୧୮ ତାରିଖ ଦିନ ଆଭ୍ୟନ୍ତରୀଣ ଓ ଉତର ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର ଓ ଝାରସୁଗୁଡ଼ାରେ ପ୍ରବଳରୁ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ ।କେନ୍ଦୁଝର, ମୟୂରଭଞ୍ଜ, ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ୍ ୨୦ରେ ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ବଲାଙ୍ଗିର, ସୋନପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାର । ବୋଲି ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ ।