୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଓ ଘୂର୍ଣ୍ଣିଝଡ଼ ଆଶଙ୍କା

ଓଡିଶା ବଡ ଖବର

ଭୁବନେଶ୍ୱର:  ଆଗାମୀ ୫ ଦିନ ପର୍ଯ୍ୟନ୍ତ ଅର୍ଥାତ୍‌ ରବିବାର, ୯ ତାରିଖ ଯାଏ ରାଜ୍ୟର ଦକ୍ଷିଣରୁ ଆରମ୍ଭ କରି ଉତ୍ତର; ଉପକୂଳରୁ ନେଇ ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ପ୍ରାୟ ସମସ୍ତ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଏହି ସମୟ ମଧ୍ୟରେ ବହୁ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ଶନିବାର ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ। ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଗୁରୁବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର କନ୍ଧମାଳ, ରାୟଗଡ଼ା, ଢ଼େଙ୍କାନାଳ, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଏହି ସମୟ ମଧ୍ୟରେ କନ୍ଧମାଳ, ମୟୂରଭଞ୍ଜ, ଢ଼େଙ୍କାନାଳ, କେନ୍ଦୁଝର, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ବୁଧବାର ମଧ୍ୟରାତ୍ରରୁ ଗୁରୁବାର ପ୍ରତ୍ୟୁଷ ପର୍ଯ୍ୟନ୍ତ କଳାହାଣ୍ଡି, କନ୍ଧମାଳ, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଘନ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଥିବାରୁ ଗାଡ଼ି ଚଳାଚଳ ବେଳେ ସାବଧାନତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ସେହିପରି ୬ତାରିଖ ଗୁରୁବାର ଅପରାହ୍ଣରୁ ୭ ତାରିଖ ଶୁକ୍ରବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାର ଗୋଟିିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, ସୋନପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।୭ତାରିଖ ଶୁକ୍ରବାର ଅପରାହ୍ଣରୁ ୮ ତାରିଖ (ଶନିବାର) ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଉତ୍ତର ଆଭ୍ୟନ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାର ବହୁ ଜିଲ୍ଲା ସମେତ ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶାର ଗୋଟିିଏରୁ ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ତେବେ, ଏହି ସମୟ ମଧ୍ୟରେ ଦେବଗଡ଼, ସମ୍ବଲପୁର, ଅନୁଗୁଳ, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ଓ ପବନ ସହ ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହିଥିବା ଏବଂ କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଯାଜପୁର, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ କାଳବୈଶାଖୀ ସଦୃଶ ପବନ ବହି ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହି ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
୮ତାରିଖ ଶନିବାର ଅପରାହ୍ଣରୁ ୯ ତାରିଖ ରବିିବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ଉପକୂଳ ଓଡ଼ିଶାର ବହୁ ଜିଲ୍ଲା ଦକ୍ଷିଣ ଆଭ୍ୟନ୍ତର ଓଡ଼ିଶା ଏବଂ ଉତ୍ତର ଆଭ୍ୟନ୍ତର ଓଡ଼ିଶାର ଗୋଟିିଏରୁ ଦୁଇଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।ତେବେ, ଏହି ସମୟ ମଧ୍ୟରେ ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ କାଳବୈଶାଖୀ ସଦୃଶ ପବନ ବହି ଘୂର୍ଣ୍ଣିଝଡ଼ ହେବାର ଆଶଙ୍କା ରହି ଥିବାରୁ ଯାଜପୁର, ଭଦ୍ରକ, କେନ୍ଦ୍ରପଡ଼ା, ପୁରୀ, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

୯ତାରିଖ ରବିବାର ଅପରାହ୍ଣରୁ ୧୦ ତାରିଖ ସୋମବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟର ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ମୟୂରଭଞ୍ଜ, ଢ଼େଙ୍କାନାଳ, କଳାହାଣ୍ଡି ଓ ନବରଙ୍ଗପୁର ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।