ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଓଡିଶା ରାଜ୍ୟ

ଭୁବନେଶ୍ବର : ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ଶୁକ୍ରବାର ଭୁବନେଶ୍ୱରଠାରେ ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି । ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା।ସେ ଧାମନଗର ବିଧାନସଭା ଆସନରୁ ୩ ଥର ରାଜ୍ୟ ବିଧାନଭାକୁ ନିର୍ବା​ଚ‌େିତ ହୋଇଥିଲେ।​‌ ସେ ୧୯୮୦,୧୯୮୫ ଏବଂ ୧୯୯୫ରେ କଂଗ୍ରେସ ଟିକେଟ୍‍ରୁ ରାଜ୍ୟ ବିଧାନସଭାକୁ ନିର୍ବାଚିତ ହୋଇଥିଲେ।

୧୯୯୫ରୁ ୨୦୦୦ ମସିହା ପର୍ଯ୍ୟନ୍ତ ବିଭିନ୍ନ ସମୟରେ ସେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଦାୟିତ୍ୱରେ ଥିଲେ । ସେ ଭଦ୍ରକ ଜିଲ୍ଲା ଧାମନଗର ବ୍ଲକ୍‍ ଅନ୍ତର୍ଗତ ଧୁଷୁରୀ ବାହାରବିଲ୍‍ ଗ୍ରାମରେ ୧୯୪୨ ମସିହା ନଭେମ୍ବର ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ବିୟୋଗରେ ବିଭିନ୍ନ ମହଲରେ ଶୋକର ଛାୟା ଖେଳିଯାଇଛି ।